ରାଜ୍ୟରେ କରୋନା ନେଲା ୧୮ ଜୀବନ

ରାଜ୍ୟରେ କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୨୩ ।୧୦: ଆଜି ୧୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଅନୁଗୁଳ ଓ ଗଜପତିରୁ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର , ଯାଜପୁର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।