ଆଜି ଚିହ୍ନଟ ହେଲେ ୧୭୪୧ ପଜିଟିଭ୍

ଆଜି ଚିହ୍ନଟ ହେଲେ ୧୭୪୧ ପଜିଟିଭ୍

ଭୁବନେଶ୍ୱର, ୧୨।୪: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୭୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୧୫ ଓ ସ୍ଥାନୀୟ ଅଞ୍ଚଳରୁ ୭୨୬ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ମୃତକଦ୍ୱୟ ନୂଆପଡ଼ା ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।