ଚଳିତ ବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ

ଚଳିତ ବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ

ଭୁବେନେଶ୍ୱର: କରୋନା କାଳରେ ବାତିଲ ହେଲା ଯୁକ୍ତ ୨ ପରୀକ୍ଷା। ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।