ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ୨୫୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ହଜାର ୩୨୩ରେ ପହଞ୍ଚିଛି।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ୪୩୫ ଜଣ ଥିବା ବେଳେ, ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡରୁ ୭୨ ଜଣ ରହିଛନ୍ତି ।ସେହିପରି ସମ୍ବଲପୁରରୁ ୬୪, ବଲାଙ୍ଗୀରରୁ ୫୧, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୪୭, ଭଦ୍ରକରୁ ୪୩, ଝାରସୁଗୁଡାରୁ ୪୨, ସୋନପୁରରୁ ୩୮, ବରଗଡରୁ ୩୬, ନୟାଗଡରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳରୁ ୩୦, କେନ୍ଦ୍ରାପଡାରୁ ୨୫, ରାୟଗଡାରୁ ୨୫, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୋଳରୁ ୫, ଦେବଗଡରୁ ୩ ଓ ନୂଆପଡାରୁ ୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।