ଆଜି ରାଜ୍ୟରେ ୨୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୨୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୧ଜଣ ଚିହ୍ନଟ ହୋଇଛନ୍ତି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬୮୩୯କୁ ବୃଦ୍ଧି ପାଇଛି । ଏବେ ୨୮୮୧୧ଟି ମାମଲା ସକ୍ରିୟ ଥିବାବେଳେ ୨୧୬୯୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।