ଆଜିଠୁ +3 ନାମଲେଖା ଆବେଦନ

ଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନି ନାମଲେଖା ପକ୍ରିୟା ଆରମ୍ଭ ହେବ । ଅପରାହ୍ନ ୪ଟା ସମୟରୁ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । samsodisha.gov.in ୱେବସାଇଟ ମାଧ୍ୟମରେ ଜୁନ ୧୭ ପର୍ଯ୍ୟନ୍ତ ଏହି ଆବେଦନ ପାଇଁ ସୁଯୋଗ ରହିବ । ଆବେଦନ ପରେ ଜୁନ୍ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ ।ଜୁନ୍ ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ତେବେ ଜୁନ ୨୫ ତାରିଖରୁ ୨୮ ତାରିଖ ଯାଏଁ ସ୍ଲାଇଡ୍ ଅପ୍ସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁନ୍ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ ତାରିଖ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ତେବେ ଜୁଲାଇ ୫ ତାରିଖରୁ ୮ ତାରିଖ ଯାଏଁ ସ୍ଲାଇଡ୍ ଅପସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ରିପୋର୍ଟ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ।