ଆଜି ରାଜ୍ୟରେ ୩୦୩୧ କରୋନା ପଜିଟିଭ୍

ଆଜି ରାଜ୍ୟରେ ୩୦୩୧ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୦୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୯୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୦ ହଜାର ୨୧୪ ରହିଥିବା ବେଳେ ୩୬ ହଜାର ୬୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।