ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କୋରୋନା

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୬ ଜଣ  କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭ରେ ପହଞ୍ଚି ଯାଇଛି।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ବରଗଡ଼, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।