ଆଜି ରାଜ୍ୟରେ ୪୨ ଜୀବନ ନେଲା କରୋନା

ଆଜି ରାଜ୍ୟରେ ୪୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୩୮୮କୁ ବୃଦ୍ଧି ପାଇଛି । ଆଜି କଟକ, ପୁରୀ, ଝାରସୁଗୁଡା ଓ ଖୋର୍ଦ୍ଧାରୁ ୪ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡାରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, କେନ୍ଦ୍ରାପଡା, ନୂଆପଡା, ସମ୍ବଲପୁର ଓ ଦେବଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ଆଜି ପୁଣି ୩,୪୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧,୪୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧,୪୬୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୯ ହଜାର ୫୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪ ହଜାର ୯୮୧ ରହିଥିବା ବେଳେ ୫୧ ହଜାର ୧୦୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।