ଆଜି ଓଡ଼ିଶାରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ

ଆଜି ଓଡ଼ିଶାରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ବର୍ତ୍ତମାନ ଲକଡାନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୬୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬୫ ଜଣ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୩୯ ହଜାର ୩୭୬ ରହିଥିବା ବେଳେ ୭୬ ହଜାର ୭୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।