ଭୁବନେଶ୍ବରରେ ଆଜି ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବରରେ ଆଜି ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ବରରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଆଜି ୭୪୫ ଜଣ ଲୋକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୧୪୭ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪ହଜାର ୨୦୨ଜଣ ସୁସ୍ଥ ହୋଇଥିବାବେଳେ ୪ହଜାର ୭୬୩ଜଣ ବିଭିନ୍ନ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୧ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।