ଆଜି ରାଜ୍ୟରେ ୭୭୨୯ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୭୭୨୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଆଜି ପୁଣି ୭୭୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୩୧ ଓ ସ୍ଥାନୀୟ ଅଞ୍ଚଳରୁ ୩୩୯୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ଲକ୍ଷ ୧୩ ହଜାର ୫୫ ରହିଥିବା ବେଳେ ୮୨ ହଜାର ୬୭୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।