ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯୧ କୋଭିଡ୍ ପଜିଟିଭ୍

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର ୦୭।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୪୮ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲରାୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲ୨ରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୭ଜଣ, ଷ୍ଟେଟ୍ ପୁଲ୍ରୁ ୨୭ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।