ମେଷ: କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ସହମତିରେ କାମ କଲେ ଉପକୃତ ହେବେ ।
ବୃଷ: ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହା କି ଆଗାମି ସମୟ ପାଇଁ କାମରେ ଆସିବ । ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି ।
ମିଥୁନ: ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରି ବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ । ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ ।
କର୍କଟ: ସାମୟିକ ଭୁଲ୍ ବୁଝାମଣା କରନରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।
ସିଂହ: ଆଜି ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ ।
କନ୍ୟା: ବ୍ୟୟାଧିପ ରାଶିରେ ଥିବାରୁ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇବା କଷ୍ଟକର ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।
ତୁଳା: ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । କିନ୍ତୁ ସାୟାହ୍ନେ ଶାରୀରିକ ପୀଡା ଯୋଗୁ ମନ ବିଚଳିତ ହୋଇପାରେ ।
ବିଛା: ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ । ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ ।
ଧନୁ: ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହେବେ ।
ମକର: ସତର୍କତା ଅଭାବରୁ ଚୋରି, ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
କୁମ୍ଭ: ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ । କିନ୍ତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।
ମୀନ: ଦିନସାରା ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ ।