ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃୃଷ୍ଟି  ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ ।

ବୃଷ: ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ ।

ମିଥୁନ: ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମ ଗୁଡିକ ଧିର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ ।

କର୍କଟ: ଗତକାଲି ଠାରୁ ଅଟକି ରହିଥିବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି ।

ସିଂହ: ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି ।

କନ୍ୟା: ଆନୁସଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ତୁଳା: ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି ।

ବିଛା: କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା  ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ ।

ଧନୁ: ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି ।

ମକର: ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ ।

କୁମ୍ଭ: ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ ।

ମୀନ: ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନୀ ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି ।