ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଚନ୍ଦ୍ର ଓ ବୁଧ ଦ୍ୱାଦଶ ହେତୁ ପର କଥାକୁ ସତ ମନେକରି ଘରୋଇକଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ  ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ ।

ବୃଷ: ଆଜି କର୍ମାଧିପ ଶନି ଓ ମମକାରକ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ଆସି ନ ପାରେ ।

ମିଥୁନ:  କର୍ମସ୍ଥାନ ଶନି ଦୃଷ୍ଟି ଯୋଗୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ନେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସତ୍ ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ ।

କର୍କଟ: ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ ।

ସିଂହ: ନୀଚରୋହୀ ରବିଙ୍କ ପ୍ରଭାବରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବା ନାହିଁ ।

କନ୍ୟା: କର୍ମଭାବରେ ରାହୁଙ୍କ ଉପସ୍ଥିତିରୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ହୋଇପାରିବ ନାହିଁ । ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ।

ତୁଳା: ପାପଯୁକ୍ତ ବୃହସ୍ପତି ହେତୁ ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଆବଶ୍ୟକତା ପୁରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ ।

ବିଛା: ଶନି ଓ ମଙ୍ଗଳଙ୍କ କେନ୍ଦ୍ରାଧିଷ୍ଠାନ ପ୍ରଭାବରେ ଏକ ସାଧାରନ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାର୍ଯ୍ୟ ମଧ୍ୟ କରିବେ ।

ଧନୁ: ଆଜି ଆପଣ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

ମକର: ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପରିବାରରେ ସ୍ତ୍ରୀଙ୍କ ସହ ବୁଝାମଣା  ସୃଷ୍ଟି ହୋଇପାରେ ।

କୁମ୍ଭ: ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢି ବଢି ଯିବ । ସାମାଜିକ ସ୍ତରରେ ପ୍ରତିଷ୍ଠା ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଶୁଭ

ମୀନ: ବୁଧାଦିତ୍ୟ ଯୋଗ ପ୍ରବାବରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ । ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।