ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ: ଆଜି ହଠାତ୍ କିଛିି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ ।

ବୃଷ:  ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ହସ୍ତା ନକ୍ଷତ୍ର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆସା ଅନୁରୁପ ଫଳ ପାଇବେ ।

ମିଥୁନ:  ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ । କୌଣସି ବନ୍ଧୁ ସ୍ୱତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ ।

କର୍କଟ:  କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ । ନିଜର ପରିସ୍ଥିତି ଯୋଗୁ ଯୋଜନା ଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ ।

ସିଂହ:  ଗୁରୁଚନ୍ଦ୍ର ଯୋଗ ପ୍ରଭାବରୁ ନୂଆଁ ନୂଆଁ ଚିନ୍ତା ଓ ଯୋଜନା ମନରେ ଉଙ୍କିମାରିବ । କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ ।

କନ୍ୟା:   ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ନିଜର ବନ୍ଧୁମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ । କୃତ୍ତିକା ନକ୍ଷତ୍ର ସକାଶେ ସନ୍ତାନମାନଙ୍କ ସମସ୍ୟା ମନକୁ ଆନ୍ଦୋଳିତ କରିବ ।

ତୁଳା:   ଚନ୍ଦ୍ର ସହ ବୁଧଙ୍କ ସଂଯୋଗଜନିତ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ।

ବିଛା:   ଆଜି ଅନୁରାଧା ନକ୍ଷତ୍ର ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନରେ ଟେନସନ୍ ବଢିପାରେ ।

ଧନୁ: ଯେତେ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସନ୍ତୁଷ୍ଟ କରିପାରିବ ନାହିଁ । ବନ୍ଧୁଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ ।

ମକର:  ବନ୍ଧୁ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ । ନିଜର ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି ।

କୁମ୍ଭ:  ଆଜି ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇ ପାରେ । ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ ।

ମୀନ:  ଆଜିର ପରିସ୍ଥିତି ପ୍ରଭାବରେ କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ପ୍ରିୟଜନଙ୍କ ଅନୁପସ୍ଥିତି ମାନସିକ ଦୁଶ୍ଚିନ୍ତା ସୃଷ୍ଟି କରିବ । ଈର୍ଷା ପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ ।