ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ନୂତନ କର୍ମାରମ୍ଭରେ ସାମାନ୍ୟ ପ୍ରାଥମିକ ପ୍ରତିବନ୍ଧକ ଦେଖା ଦେବ । ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ ।

ବୃଷ:  ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥ ଲାଭ ପାଇଁ ପ୍ରଯତ୍ନ କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।

ମିଥୁନ:   ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। ମିଥୁନ ରାଶି ବ୍ୟକ୍ତିଙ୍କର ଅର୍ଥହାନୀ ସହ ଅସାଧ୍ୟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି।

କର୍କଟ:  ବହୁତ ଦିନ ହେଲା ଅଟକି ରହିଥିବା କାମ ଗୁଡିକ ଯୋଗୁଁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ । ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ ।

ସିଂହ:  ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱନ୍ଦ୍ୱ ଲାଗି ରହିବ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ବିଷୟରେ ବ୍ୟସ୍ତ ରହିପାରନ୍ତି ।

କନ୍ୟା:  ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସାହ ସମ୍ପର୍କ ବୃଦ୍ଧି ପାଇବ ।

ତୁଳା:  ସମ୍ପର୍କହାନି କାରଣରୁ କୌନସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ । ଆଜିର ଯାତ୍ରା, ବାଣିଜ୍ୟ, ବିବାଦିୟ ଘଟଣା, ନିର୍ମାଣ ଓ ପରିବହନ ପାଇଁ ଟେନ୍ସନ ବଢିବ ।

ବିଛା:   ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରିୟଜନମାନଙ୍କ ସାହାର୍ଯ୍ୟରୁ ଅପରାହ୍ନେ ଅଭିଳଷିତ ଜିନିଷ ପାଇପାରନ୍ତି ।

ଧନୁ: ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମାଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

ମକର: ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି ।

କୁମ୍ଭ:  ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ ।

ମୀନ: ଆଜି ଦିନ ମଧ୍ୟରେ ଅର୍ଥ ଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟ ସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ୍ ରହିବ । ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହାଇରାଣରେ ପଡିପାରନ୍ତି ।