କୋଲକତାରେ ଭୁଶୁଡ଼ିଲା ନିର୍ମାଣାଧୀନ ୫ ମହଲା କୋଠା

କୋଲକତାର ଗାର୍ଡେନ ରିଚ୍‌ ଅଞ୍ଚଳରେ ରବିବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏକ ନିର୍ମାଣାଧୀନ ୫ ମହଲା କୋଠା ହଠାତ୍ ଭୁଶୁଡି ପଡିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ରୁ ୨୫ ଜଣ ଆହତ ହୋଇଛନ୍ତି । ଭଗ୍ନାଂଶ ତଳେ ଆଉ ୬ ଜଣ ଲୋକ ଚାପି ହୋଇ ରହିଥିବା ସୂଚନା ମିଳିଛି। ଆହାତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, କୋଲକତା ମ୍ୟୁନିସିପାଲିଟି ଅଞ୍ଚଳରେ ଥିବା ଗାର୍ଡେନ ରିଚ୍‌ ଅଞ୍ଚଳରେ ଏକ ନିର୍ମାଣାଧୀନ ୫ ମହଲା ଘର ଗତ ରାତିରେ ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଉକ୍ତ ବିଲ୍ଡିଂ ଚାରିପାଖରେ ଛୋଟ ଛୋଟ ଝୁମ୍ପୁଡ଼ି ଥିବା ବେଳେ ବିଲ୍ଡିଂ ଏକ ଝୁମ୍ପୁଡ଼ି ଉପରେ ପଡ଼ି ଯାଇଥିଲା। ଖବର ପାଇ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।