ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୧ କୋଭିଡ୍ ପଜିଟିଭ୍, ୩୪୧୭୭୨ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୧ କୋଭିଡ୍ ପଜିଟିଭ୍, ୩୪୧୭୭୨ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର ୧।୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।