ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ତାରିଖ ସୁଦ୍ଧା ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ  ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ୭ଜିଲ୍ଲା ଗୁଡ଼ିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।