ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ।

ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ।

ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତ ।