ଅଲଗା ହେବେ ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ – ନିର୍ଯ୍ୟାତିତ ବର୍ଷା ହେଲେ କୋର୍ଟର ଦ୍ୱାରସ୍ଥ

ଅଲଗା ହେବେ ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ - ନିର୍ଯ୍ୟାତିତ ବର୍ଷା ହେଲେ କୋର୍ଟର ଦ୍ୱାରସ୍ଥ

ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ କେନ୍ଦ୍ରାପଡ଼ା ସାଂସଦ ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ଦେଖାଦେଇଛି ମତାନ୍ତର । ବର୍ଷା ବହୁଥର ନିର୍ଯ୍ୟାତନାର ଶିକାର ହୋଇଥିଲେ ବୋଲି ଜଣାପଡ଼ିଛି । ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଫାଟ । ଏପରିକି ଏହି ଫାଟ ଏବେ ବିବାହ ବିଛେଦ ଆଡ଼କୁ ମୁହାଁଇଛି । ଫଳରେ ବର୍ଷା ପ୍ରିୟଦର୍ଶିନୀ ନିଜର ଭରଣପୋଷଣ ପାଇଁ କୋର୍ଟରେ ଆବେଦନ କରିଛନ୍ତି । ବର୍ଷା ସିଆରଏଲଏମସି ନମ୍ବର ୯୪/୨୦୨୦ରେ ପ୍ରୋଟେକ୍ସନ ଅଫ ୱମେନ ଫ୍ରମ ଡୋମେଷ୍ଟିକ ଭାଓଲେନ୍ସ ଆକ୍ଟ ୨୦୦୫ର ଦଫା ୧୨, ୧୭, ୧୮, ୧୯, ୨୦ ଓ ୨୨ରେ ମକୋଦ୍ଦମା ଦାୟର କରିଛନ୍ତି ।

ବର୍ଷା ଅଭିଯୋଗ କରିଛନ୍ତି ଯେ, ତାଙ୍କ ଉପସ୍ଥିତିରେ ଅନୁଭବ ନିଜର ମଦ୍ୟପ ବନ୍ଧୁମାନଙ୍କ ସହ ମିଶି ନିଜ ବେଡ଼ ରୁମରେ ମଦ୍ୟପାନ କରନ୍ତି ଏବଂ ବର୍ଷାଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ବି ଦେଇଥା’ନ୍ତି । ବର୍ଷା ଏହାର ବିରୋଧ କରିବାରୁ ତାଙ୍କୁ ଧକ୍କା ମାରି ନିଜ ଘରୁ ବାହାର କରିଦେଇଛନ୍ତି ବୋଲି ଖବର ପ୍ରକାଶ ପାଇଛି । ଖାଲି ସେତିକିନୁହେଁ, ସିନେମା ଜଗତର ଅନ୍ୟ ଝିଅମାନଙ୍କ ସହ ଅନୁଭବଙ୍କର ସମ୍ପର୍କ ରହିଛି । ନିଜ ଅଭିଯୋଗ ପତ୍ରରେ ବର୍ଷା ଅନୁଭବଙ୍କ ନିକଟରୁ ଘରଭଡ଼ା ବାବଦରେ ୨୦ ହଜାର ଟଙ୍କା, ମାସିକ ଭରଣପୋଷଣ ନିମନ୍ତେ ୫୦ ହଜାର ଟଙ୍କା, କ୍ଷତିପୂରଣ ବାବଦକୁ ୧୩ କୋଟି ଟଙ୍କା ଏବଂ ଚିକିତ୍ସା ଓ ରୋଜଗାର ହରାଇଥିବାରୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ।