ରାମଦେବଙ୍କୁ ଚେତାବନୀ ଆକ୍ସନ ପାଇଁ ପ୍ରସ୍ତୁତ ରୁହ

କ୍ଷମା ପ୍ରାର୍ଥନାକୁ ଗ୍ରହଣ କଲେନି ସୁପ୍ରିମକୋର୍ଟ । ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଗତ କିଛିଦିନ ତଳେ ବାବା ରାମଦେବ ସୁପ୍ରିମକୋର୍ଟଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଥିଲେ । କିନ୍ତୁ ଏହାକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ । ବାରମ୍ବାର କହିବା ପରେ ମଧ୍ୟ ନଶୁଣିଥିବାରୁ ରାମଦେବଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ ।ସୂଚନାଯୋଗ୍ୟ ରୋଗର ଚିକିତ୍ସା ଉପରେ ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଳକୃଷ୍ଣଙ୍କୁ ଅବମାନନା ନୋଟିସ୍ ପଠାଇ ଜବାବ ମାଗିଥିଲେ, ଯାହାର ଉତ୍ତର କମ୍ପାନି ତରଫରୁ ଦିଆଯାଇନଥିଲା । ଜଷ୍ଟିସ୍ ହିମା କୋହଲି ଓ ଜଷ୍ଟିସ୍ ଅହସାନୁଦ୍ଦିନ ଅମାନୁଲ୍ଲାହଙ୍କ ଖଣ୍ଡପୀଠ କମ୍ପାନୀ ଓ ବାଳକୃଷ୍ଣଙ୍କ ଦ୍ୱାରା ପୂର୍ବରୁ ଜାରି କରାଯାଇଥିବା ନୋଟିସ୍‌ର ଜବାବ ଦାଖଲ ନ କରିବା ନେଇ କଡ଼ା ଆପତ୍ତି ପ୍ରକାଶ କରିଥିଲେ । ଏଲୋପାଥି ଚିକିତ୍ସା ପଦ୍ଧତି ବିରୋଧରେ ନକାରାତ୍ମକ ପ୍ରଚାର କରୁଥିବା ଅଭିଯୋଗ କରି ୨୦୨୨ରେ ରାମଦେବଙ୍କ ପତଞ୍ଜଳି ବିରୋଧରେ ଭାରତୀୟ ମେଡିକାଲ ଆସୋସିଏସନ ବା IMA ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲା । ଏହାଛଡ଼ା ନିଜ ଆୟୁର୍ବେଦିକ ଔଷଧ ଦ୍ୱାରା କିଛି ରୋଗ ଭଲ କରିବା ନେଇ ପତଞ୍ଜଳି ମିଛ ଦାବି କରୁଥିବା ଅଭିଯୋଗ କରିଥିଲା IMA । ସେପ୍ଟେମ୍ବର ୨୦୨୩ ଓ ଜାନୁୟାରୀ ୨୦୨୪ରେ ଶୁଣାଣି ବେଳେ ପ୍ରିଣ୍ଟ ମିଡିଆରେ ପ୍ରକାଶିତ ପତଞ୍ଜଳି ବିଜ୍ଞାପନକୁ କୋର୍ଟରେ ଉପସ୍ଥାପନ କରିଥିଲା। ପତଞ୍ଜଳି ଏହି ବିଜ୍ଞାପନ ଗୁଡ଼ିକରେ ମଧୁମେହ ଓ ଆଜମା ଭଳି ରୋଗକୁ ନିଜ ଆୟୁର୍ବେଦିକ ଔଷଧ ଦ୍ୱାରା ସମ୍ପୂର୍ଣ୍ଣ ଭଲ କରିପାରୁଥିବା ଦାବି କରିଥିଲା