ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ୍‌ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ୍‌ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ୍‌ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ । ସେହିପରି ଗୁରୁତର ଆହତଙ୍କୁ ୪ଲକ୍ଷ ଏବଂ ଆହତଙ୍କୁ ୧ଲକ୍ଷ ଟଙ୍କା ସହାୟତା ରାଶି ମିଳିବ ବୋଲି ଆଇଓସିଏଲ୍‌ ପକ୍ଷରୁ ଘୋଷଣା କରାଯାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶରେ ଆଇଓସିଏଲ ପକ୍ଷରୁ ଘୋଷଣା କରାଯାଇଛି ।