ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ,ରକ୍ତ ଦାନ କରିବା ଏବଂ ପ୍ଲାଜ୍ମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ କୁ ନିବେଦନ କରିଛନ୍ତି ।