ଭୁବନେଶ୍ୱରରେ ନାବାଳିକା ଗଣଦୁଷ୍କର୍ମ

ଭୁବନେଶ୍ୱରରେ ନାବାଳିକା ଗଣଦୁଷ୍କର୍ମ

ଦିନକୁ ଦିନ ବଢ଼ିବାରେ ଲାଗିଛି ଦୁଷ୍କର୍ମ ଭଳି ଜଘନ୍ୟ ଅପରାଧ । ଏପରି ଏକ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଲକଡାଉନ ବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ମାମଲା ରୁଜୁ ହୋଇଛି । ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଭୁବନେଶ୍ୱର ମହିଳା ଥାନାରେ ଏହି ମାମଲା ରୁଜୁ ହୋଇଛି । ଅଭିଯୋଗ ଆଧାରରେ କିଛି ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ରହିଛି ।

ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ଜଣ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି । ଏହାସହ ଗଣଦୁଷ୍କର୍ମ ମାମଲାରେ ୨ଜଣ ସୁରକ୍ଷା କର୍ମଚାରୀ ମଧ୍ୟ ସାମିଲ ଥିବା ଜଣାପଡ଼ିଛି । ଜଣେ ପୋଲିସ ଅଧିକାରୀ ଓ ତାଙ୍କ ୨ ସହଯୋଗୀ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି । ମାର୍ଚ୍ଚ, ଏପ୍ରିଲ ମାସ ମଧ୍ୟରେ ଗଣଦୁଷ୍କର୍ମ ହୋଇଥିବା ବେଳେ ଅଗଷ୍ଟ ୩୦ରେ ଥାନାରେ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ ।