ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ତିର୍ତ୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ବର ସଦର ଆସନ ପାଇଁ ମମତା କୁଣ୍ଡୁ ଏବଂ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ସେମାନଙ୍କ ପ୍ରାର୍ଥିତ୍ୱ ଉପରେ ମୋହର ମାରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ।  ବର୍ତ୍ତମାନ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛନ୍ତି। କରୋନା କଟକଣା ଭିତରେ ଏବେ ପ୍ରଚାର ଆଗକୁ ବଢ଼ିବ।