ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୯୯୩ କରୋନା ସଂକ୍ରମିତ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୯୪୯ କରୋନା ସଂକ୍ରମିତ

ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି୨୯୪୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୫୮୯ ଜଣ ବାହାରିଥିବା ବେଳେ ଭୁବନେଶ୍ୱରୁ ୪୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୮୮, ବରଗଡରୁ ୬୨, ଭଦ୍ରକରୁ ୬୬, ବଲାଙ୍ଗୀରୁ ୫୭, ବୌଦ୍ଧରୁ ୩, ଦେଓଗଡରୁ ୨, ଢେଙ୍କାନାଳରୁ ୧୩, ଗଜପତିରୁ ୩, ଗଞ୍ଜାମରୁ ୧୭୯, ଜଗତସିଂହପୁରରୁ ୫୧, ଯାଜପୁରରୁ ୨୧୫, ଝାରସୁଗୁଡାରୁ ୨୦, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୩୪, କେନ୍ଦ୍ରପଡାରୁ ୫୬, କେନ୍ଦୁଝରରୁ ୩୦, କେରାପୁଟରୁ ୧୮୧, ମାଲାକାନଗିରିରୁ ୭୮, ମୟୂରଭଞ୍ଜରୁ ୧୫୬, ନବରଙ୍ଗପୁରରୁ ୨୬, ନୟାଗଡରୁ ୯୩, ନୂଆପଡାରୁ ୨, ପୁରୀରୁ ୮୬, ରାୟଗଡାରୁ ୧୪୩, ସମ୍ବଲପୁରରୁ ୧୦୪, ସୋନପୁରରୁ ୨୬ ଓ ସୁନ୍ଦରଗଡରୁ ୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।