ରାଜ୍ୟରୁ ଆଉ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରୁ ଆଉ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରୁ ଆଉ ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୨୮୮ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୧୮ ଲକ୍ଷ ୯୧ ହଜାର ୯୯ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧ ଲକ୍ଷ ୯ ହଜାର ୭୮୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ହଜାର ୭୭୦ ଜଣ ସୁସ୍ଥ ହୋଇଥିବା ବେଳେ ୫୧୪ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୨୮ ହଜାର ୪୪୩ ଜଣ ଚିକିତ୍ସିତ ହେଉଛନ୍ତି।