ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୧୭ ଜଣଙ୍କ ଗଲା ଜୀବନ

ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୧୭ ଜଣଙ୍କ ଗଲା ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୧୦୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।