ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୦୩୫୩୬ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୪୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୨ଜଣ, ଯାଜପୁର ଜିଲ୍ଲାରୁ ୧୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୫ଜଣ, କଳାହାଣ୍ଡି ଜିଲ୍ଲା ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୮୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୬ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ ରହିଛନ୍ତି ।