ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରରେ ୩, ଢେଙ୍କାନାଳରେ ୩, ଖୋର୍ଦ୍ଧା-ପୁରୀ-ଜଗତସିଂହପୁରରୁ ୨ଜଣ ଲେଖା, ମୟୁରଭଞ୍ଜ-ନୟାଗଡ଼-ଭଦ୍ରକ-ଯାଜପୁର-ଗଞ୍ଜାମରୁ ଜଣେ ଲେଖା କରୋନା ସଂକ୍ରମିତଙ୍କ ପ୍ରାଣହାନୀ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।