ଗତ ୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୨୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୭୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୭୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।