ରାଜ୍ୟରେ ଆଉ ୭୫୭ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୭୫୭ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।