ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୬୫ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୩୭୩ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୩୯୬୧ରେ ପହଞ୍ଚିଛି । ଏବେ ୭୩୬୦ଟି ମାମଲା ସକ୍ରିୟ ଥିବାବେଳେ ୩୦୪୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।