ରାଜ୍ୟରେ ଦିନକରେ ଆଉ ୭ ହଜାର ୩୯୫ କୋରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜୀବନ ନେଲା କୋରୋନା

ରାଜ୍ୟରେ ଦିନକରେ ଆଉ ୭ ହଜାର ୩୯୫ କୋରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜୀବନ ନେଲା କୋରୋନା

ଭୁବନେଶ୍ୱର:  ଆଜି ରାଜ୍ୟରେ ପୁଣି ୭୩୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧୬୯ ଓ ସ୍ଥାନୀୟ ଅଞ୍ଚଳରୁ ୩୨୨୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ଲକ୍ଷ ୨୪ ହଜାର ୪୦୨ ରହିଥିବା ବେଳେ ୭୮ ହଜାର ୬୮୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ,  ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୫୨ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ସେହିପରି ଏବେ ସୁଦ୍ଧା ରାଜ୍ୟରେ ୧୨୧୧୧୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।