କମୁଛି ଆକ୍ରାନ୍ତ ସଂଖ୍ୟା – ରାଜ୍ୟରେ ଆଉ ୧୩୭୨ କରୋନା ପଜିଟିଭ୍‌

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।