ଆଜି ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତିଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।