ରାଜ୍ୟରେ ପୁଣି ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୫୬ କୁ ବୃଦ୍ଧି

ରାଜ୍ୟରେ ପୁଣି ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୫୬ କୁ ବୃଦ୍ଧି

ପୁଣି କରୋନା ନେଇଛି ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତ୍ୟୁ ସଂଖ୍ୟା ୪୫୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୫୩୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୧୨୦୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।