ଜ୍ୟରେ ୨୪ ଘଣ୍ଟାରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି

ଜ୍ୟରେ ୨୪ ଘଣ୍ଟାରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି

ଭୁବନେଶ୍ବର: ରାଜ୍ୟରେ୨୪ ଘଣ୍ଟାରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର, ବାଲେଶ୍ୱର ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର,ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।