ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୧୪ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୧୪ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଏହାରି ମଧ୍ୟରେ ରାଜ୍ୟରେ ୫୧୪ରେ ପହଞ୍ଚିଛି କରୋନା ମୃତକଙ୍କ ସଂଖ୍ୟା। ଆଜି ପୁଣି ୧୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୧ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।