ରାଜ୍ୟରେ କରୋନା ନେଲା ୧୫ ଜୀବନ

ରାଜ୍ୟରେ କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର:  ଆଜି ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।