ରାଜ୍ୟରେ କରୋନା ନେଲା ୧୫ ଜୀବନ

ରାଜ୍ୟରେ କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ ୨, ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ସୁନ୍ଦରଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।