ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ

ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୧୦ ହଜାର ଟପିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୯୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮କୁ ବୃଦ୍ଧି ପାଇଛି ।

ସେହିପରି ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା, ଓଡ଼ିଶାରେ କୋରୋନା ମୃତ୍ୟୁ ୨୨୩୨କୁ ବୃଦ୍ଧି, ଅନୁଗୁଳରୁ ୩, ଭୁବନେଶ୍ବର, ସୁନ୍ଦରଗଡ଼, ନୂଆପଡ଼ା ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ବୌଦ୍ଧ, ଢେଙ୍କାନାଳ ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ।