ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୯୧୩ କରୋନା ଆକ୍ରାନ୍ତ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୯୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଏବେ ୧୯୯୩୨ଟି ମାମଲା ସକ୍ରିୟ ଥିବାବେଳେ ୨୪୪୯୧୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ୪୧୯୯୫୦୮ ଜଣଙ୍କ ସ୍ୱାବ ଟେଷ୍ଟ କରାଗଲାଣି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।