ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି

ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୨ ମୃତକଙ୍କ ମଧ୍ୟରୁ ଝାରସୁଗୁଡା, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଗଞ୍ଜାମ, ନବରଙ୍ଗପୁର, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।