ଆସନ୍ତା ୧୨କୁ ଘୁଚିଂଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପିଟିସନର ଶୁଣାଣି

ଆସନ୍ତା ୧୨କୁ ଘୁଚିଂଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପିଟିସନର ଶୁଣାଣି

ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଲା । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି । ଡିଆଇଆର ରିପୋର୍ଟ ଦାଖଲ ହୋଇନଥିବାରୁ ଏହି ମାମଲାର ଶୁଣାଣି ଅକ୍ଟୋବର ୧୨କୁ ଘୁଞ୍ଚିଛି । ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ ।

ତେବେ ବର୍ଷାଙ୍କ ପକ୍ଷରୁ ପରିବାର କୋର୍ଟରେ ହୋଇଥିବା ମାମଲାର ଶୁଣାଣି ହୋଇ ନାହିଁ । ବର୍ଷା ପରିବାର କୋର୍ଟରେ ଭରଣପୋଷଣ ସହ କ୍ଷତିପୂରଣ ଦାବି କରି ଅନୁଭବଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ କରିଛନ୍ତି