ଆରପାରିରେ ଦାମୋଦର ରାଉତ

ରପାରିରେ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଦୀର୍ଘ ଦିନ ଧରି କିଡନୀ ସମସ୍ୟା ସହ ଯୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ, ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।