ଆଜି ଓଡ଼ିଶାରେ କରୋନାରେ ମୃତ୍ୟୁସଂଖ୍ୟା ୪୫

ଆଜି ଓଡ଼ିଶାରେ କରୋନାରେ ମୃତ୍ୟୁସଂଖ୍ୟା ୪୫

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକ, କଳାହାଣ୍ଡିରୁ ୫ ଜଣ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, ବରଗଡ଼, ରାୟଗଡ଼ାରୁ ୨ ଜଣ ଲେଖାଁଏ, ବାଲେଶ୍ୱର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।